Movie prime

ଅଧା ରାତିରୁ ରଚିବ ତାଣ୍ଡବ ଦେଖନ୍ତୁ ବିପଦ ମୁହଁରେ ଏହିସବୁ ଜିଲ୍ଲା ଦେଖନ୍ତୁ କେଉଁ କେଉଁ ଜିଲ୍ଲା ପ୍ରତି ରହିଛି ବିପଦ

 
Gg
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ବଙ୍ଗପୋସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା। ଗତ କିଛିଦିନ ହେବ ଲାଗାତାର ବର୍ଷା ଲାଗି ରହିଥିବା କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରି ୟେଲୋ ଆଲର୍ଟ ଜାରି କରାଯାଇଛି। ଟ୍ବିନ୍‌ସିଟି କଟକ-ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ।
Gh
ବନ୍ଧୁଗଣ ସାରା ରାଜ୍ୟରେ ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଅଧା ରାତିରୁ ବର୍ଷା ତାଣ୍ଡବ ରଚିବ। ବର୍ଷା ସହିତ ପ୍ରବଳ ମାତ୍ରାରେ ଘଡଘଡି ଆଉ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ବର୍ତ୍ତମାନ ସମୟରେ ୨୧ଟି ଜିଲ୍ଲାକୁ ସଚେତନତା ଜାରି କରାଯାଇଛି। ୟେଲୋ ୱାରିଂ ସହ ସେହିସବୁ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହିତ ପ୍ରବଳ ବର୍ଷା ହେଇପାରେ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
Gg
ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସୁନ୍ଦରଗଡ, ନୂଆପଡା ଓ ବଲାଙ୍ଗୀର ଜିଲ୍ଲାକୁ ଜାରି ହେଇଛି ୟେଲୋ ୱାରିଂ। କିଛିସ୍ଥାନରେ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ମଧ୍ୟ ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଲାଗି ରହିଛି ପ୍ରବଳ ବର୍ଷା। 
ତେବେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗି ରହିବ ବୋଲି ସୂଚନା ମିଳିଛି। ବର୍ତ୍ତମାନ ଲଘୁଚାପ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି। ଯାହାପ୍ରଭାବରେ ଆଜି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ନେଇ ଜାରି ହେଇଛି ସତର୍କତା। ତେବେ ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ସେହି ଜିଲ୍ଲା ଗୁଡ଼ିକ ହେଉଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.