Movie prime

ଆସିଲା ପ୍ରବଳ ବର୍ଷା ସାବଧାନ ରୁହ ଏହିସବୁ ଜିଲ୍ଲା ଦେଖନ୍ତୁ କେଉଁ କେଉଁ ଜିଲ୍ଲା ମାନଙ୍କୁ ମିଳିଲା ସତର୍କ ସୂଚନା

 
Fg
ନମସ୍କାର ପାଠକ ବନ୍ଧୁ । ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ । ସୋସିଆଲ ମିଡ଼ିଆ ଦ୍ଵାରା ଲୋକମାନେ ସବୁ ପ୍ରକାରର ଖବର ପାଇପାରିବେ । ଆପଣମାନେ ସମସ୍ତେ ଏହି ଭିଡିଓ ମାଧ୍ୟମରେ ପାଣିପାଗ ବିଷୟରେ କିଛି ସୂଚନା ପାଇପାରିବେ । ଆପଣମାନେ ସମସ୍ତେ ଏହି ଭିଡିଓ ଦେଖିଲେ ଅନେକ କିଛି କଥା ଜାଣିବା ସହ ଅନେକ ଖବର ପାଇବେ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ। 
Vv
ସେହିପରି ଉତ୍ତର-ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ୨୭ ତାରିଖ ଯାଏଁ ରାଜ୍ୟରେ ଲାଗିରହିବ ବର୍ଷା। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆଜିଠାରୁ ରାଜ୍ୟରେ ତିନିଦିନ ଯାଏଁ ବର୍ଷା ସମ୍ଭାବନା ରହିଛି। କାହିଁକିନା ବାଲେଶ୍ବର- ପଶ୍ଚିମବଙ୍ଗ ଓ ଝାରଖଣ୍ତ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ। ୨୫ ଓ ୨୬ ତାରିଖରେ ମଧ୍ୟ ଝଡିବର୍ଷା ସମ୍ଭାବନା ରହିଛି। 
Vv
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଂଜ, କେନ୍ଦୁଝର, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦରଗଡ। ସେହିପରି, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର,ନୂଆପଡା, ବରଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 
ସେହିପରି , ୨୫ ତାରିଖରେ ପ୍ରବଳ ବର୍ଷା ନେଇ ଦେବଗଡ ,କେନ୍ଦୁଝର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏବଂ ରାଜ୍ୟରେ ୨୬ ତାରିଖ ପରଠୁ ଧିରେ ଧିରେ ବର୍ଷାର ପରିମାଣ କମିବ। ୨୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।