Movie prime

ଆସିଲା ପ୍ରବଳ ବର୍ଷା ସତର୍କ କରାଇଲା ପାଣିପାଗ ବିଭାଗ ସାବଧାନ ରୁହ ଏହିସବୁ ଜିଲ୍ଲା ନହେଲେ ହଇରାଣ ହେବେ

 
Yh
ନମସ୍କାର ପାଠକ ବନ୍ଧୁ । ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ। ଆପଣମାନେ ସମସ୍ତେ ଏହି ଭିଡିଓ ମାଧ୍ୟମରେ ପାଣିପାଗ ବିଷୟରେ ଆସିଥିବା ଖବର ଏହି ଭିଡିଓ ମାଧ୍ୟମରେ ଆପଣମାନେ ଜାଣିବା ସହ ଅନେକ କିଛି ଖବର ପାଇପାରିବେ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। 
Ff
ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଛି। ତେବେ ଜୁଲାଇ ୬ କିିମ୍ବା ୭ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ସ୍ଥଳଭାଗ ଏବଂ ସମୁଦ୍ରରେ ରହିବ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବ କି ନାହିଁ ତାହା ଆଗକୁ ସ୍ପଷ୍ଟ ଜଣାପଡ଼ିବ। ହେଲେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୭ରୁ ଦୁଇଦିନ ଧରି ବିଭିନ୍ନ ଅଞ୍ଚଳରେ ଭଲ ବର୍ଷା ଲାଗି ରହିବ। 
Tg
ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ବିକ୍ଷିପ୍ତ ବର୍ଷା ହେବା ସମ୍ଭାବନା ଥିବାବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ହୋଇପାରେ। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି । ରବିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। 
ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସୋମବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୋମବାରଠାରୁ ପାଗରେ ପରିବର୍ତ୍ତନ ହେବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି।