Movie prime

ମାଡ଼ି ଆସୁଛି ପ୍ରବଳ ବର୍ଷା ଦେଖନ୍ତୁ ସାବଧାନ ରୁହନ୍ତୁ ଏହିସବୁ ଜିଲ୍ଲା !!!

 
Yy
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ। ସୋସିଆଲ ମିଡ଼ିଆ ଦ୍ଵାରା ଲୋକମାନେ ସବୁ ପ୍ରକାରର ଖବର ପାଇପାରିବେ। ବନ୍ଧୁଗଣ ଆସନ୍ତା ୪୮ ଘଣ୍ଟାରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଲଘୁଚାପ ପ୍ରଭାବରେ ଜଳମଗ୍ନ ହେଇଯିବ କିଛି ଜିଲ୍ଲା। ଜୋରରେ ବର୍ଷା ହେବା ସହିତ ମାରିବ ବିଜୁଳି ଘଡଘଡି। ଶୀଘ୍ର ଉଚ୍ଚ ସ୍ଥାନକୁ ଚାଲିଯିବା ପାଇଁ ଆଗୁଆ ଦିଆଗଲାଣି ଚେତାବନୀ। 
Gg
ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। କେନ୍ଦ୍ରୀୟ ପୂର୍ବ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ଏହି ଲଘୁଚାପ ସୃଷ୍ଟି ହେଇପାରେ ଯାହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୯ ଓ ୩୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛିସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। 
Tt
୨୮ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେଇପାରେ। ୨୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ୪୮ ଘଣ୍ଟା ରହିବ। ଅଗଷ୍ଟ ୩୧ ତାରିଖ ବା ସେପ୍ଟେମ୍ୱର ୧ ତାରିଖରେ ଏହା ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ର ଉପକୂଳରେ ରହି ଦକ୍ଷିଣ ଛତିଶଗଡ ଆଡ଼କୁ ମୁହାଇ ପାରେ। 
ତେବେ ୩୧ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେଇପାରେ। ଅତିପ୍ରବଳ ବର୍ଷା ପାଇଁ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ାକୁ ଅରେଞ୍ଜ ୱାରିଂ ଜାରି ହେଇଛି। ଆସନ୍ତା ସେପ୍ଟେମ୍ୱର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଥିବାରୁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ଯିବାଙ୍କୁ ବାରଣ କରାଯାଇଛି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.