ଆସୁଛି ପ୍ରବଳ ବର୍ଷା ଏହିସବୁ ସ୍ଥାନରେ ଛେଚିବ ବର୍ଷା ଦେଖନ୍ତୁ ପାଣିପାଗ ବିଭାଗ ତରଫରୁ ଆସିଲା ସତର୍କ ସୂଚନା
Dec 3, 2023, 19:56 IST
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଶୁକ୍ରବାର ମଧ୍ୟରାତ୍ରରେ ଏକ ଗଭୀର ଅବପାତରେ ପରିଣତ ହୋଇଛି।
ଡିସେମ୍ବର ୩ ତାରିଖ ସୁଦ୍ଧା ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍’ ପାଲଟିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଏହା ପ୍ରଭାବରେ ଘଣ୍ଟା ପ୍ରତି ୮୦ରୁ ୯୦ କିଲୋମିଟର୍ ବେଗରେ ପବନ ବହିବ ଓ ପ୍ରବଳ ବର୍ଷା ହେବ।
ଡିସେମ୍ବର ୫ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍’ ଆନ୍ଧ୍ରପ୍ରଦେଶର ଉପକୂବର୍ତ୍ତୀ ଅଞ୍ଚଳ ନେଲୁର୍ ଓ ମଛଲିପଟ୍ଟନମ୍ ମଧ୍ୟରେ ସ୍ଥଳଭାଗକୁ ପ୍ରବେଶ କରିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ କହିଛି।
ବର୍ଷା ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି।
ତେବେ ଡିସେମ୍ବର ୪ ତାରିଖ ପୂର୍ବାହ୍ନ ସୁଦ୍ଧା ଗଭୀର ଅବପାତ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ତତ୍ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିଯାଇଥିବ।
ତା’ପରେ ଏହା ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍’ ରୂପ ନେଇ ଘଣ୍ଟାପ୍ରତି ୧୦୦ କିଲୋମିଟର୍ ପବନ ଝଟକା ସହିତ ଆସିବ। ଡିସେମ୍ବର ୫ ତାରିଖ ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶର ଉପକୂଳ ଅଞ୍ଚଳ ନେଲୁର୍ ଓ ମଛଲିପଟ୍ଟନମ୍ ମଧ୍ୟରେ ‘ଲ୍ୟାଣ୍ଡ୍ଫଲ୍’ କରିବ।
ଗଭୀର ଅବପାତ ଓ ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ପୂର୍ବ ଭାରତର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ମଧ୍ୟ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ପାଣିପାଗ ବିଭାଗ ଜାରି କରିଥିବା ସତର୍କ ସୂଚନା ଅନୁଯାୟୀ, ଡିସେମ୍ବର ୪ ତାରିଖ ଦିନ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି, ଡିସେମ୍ବର ୫ ତାରିଖରେ ମଧ୍ୟ ଉପରୋକ୍ତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।