Movie prime

ଓଡ଼ିଶାର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସୂଚନା ଦେଖନ୍ତୁ ଆସିଲା ବହୁତ୍ ବଡ ଖବର ଏବେଠୁ ରୁହନ୍ତୁ ସାବଧାନ

 
Special report
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଅକ୍ଟୋବର ପହିଲାରୁ ଡିସେମ୍ବର ଶେଷ ଯାଏ ମୌସୁମୀ ପରବର୍ତ୍ତୀକାଳୀନ ବାତ୍ୟା ଋତୁ ବୋଲି କୁହାଯାଏ। ଏହି ସମୟରେ ମୌସୁମୀ ଫେରିଯାଏ।
Special report
ପୂର୍ବରୁ ଏହି ସମୟରେ ଅନେକ ବାତ୍ୟା ସୃଷ୍ଟିର ନଜିର ରହିଛି। ସେଥିରୁ କିଛି ଓଡ଼ିଶାରେ ପ୍ରଭାବ ପକାଇଛି। ତେଣୁ ଅକ୍ଟୋବରରେ ବାତ୍ୟା ଆସିଲେ ଛନକା ପଶୁଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା। 
ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ି ବର୍ଷା ଓ
Special report
 କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। 
ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।
Special Report
ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି। ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 
ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ। ଅଧିକାଂଶ ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା
 ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ୨୩, ୨୪ ଓ ୨୫ ତାରିଖରେ ବର୍ଷା ପରିମାଣ କମିଲେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.