ପାଣିପାଗ ବିଭାଗ ତରଫରୁ ଆସିଲା ବଡ ଖବର ଦେଖନ୍ତୁ କେଉଁ ସବୁ ସ୍ଥାନରେ ରହିବ ବାତ୍ୟା ପ୍ରଭାବ
Nov 17, 2023, 15:49 IST

ନମସ୍କାର ବନ୍ଧୁଗଣ। ବନ୍ଧୁଗଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନିଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। କିନ୍ତୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବଙ୍ଗୋପସାରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନିଭୂତ ହୋଇ ୨୪ ଘଣ୍ଟା ମଧ୍ୟରେ ଏକ ବାତ୍ୟାର ରୂପ ନେଇପାରେ। ୧୮ ତାରିଖ ସକାଳେ ବାଂଲାଦେଶରର ଉପକୂଳ ଛୁଇଁବ ବାତ୍ୟା।
ଗଭୀର ଅବପାତ ଏବେ ଉତ୍ତର ଉତ୍ତରପୂର୍ବ ଦିଗକୁ ମୁହାଁଇଥିବାରୁ ଯଦି ବାତ୍ୟା ହୁଏ ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବ ନାହିଁ। ଏହି ସମୟରେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପୁରୀ, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଖୋର୍ଦ୍ଧା, ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦୁଝର। ଏବଂ କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆକଳନ କରାଯାଇଛି। ପବନର ବେଗ ବଢ଼ୁଥିବାରୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।