Movie prime

ପ୍ରବଳ ବର୍ଷାରେ ଭିଜିବ ସାରା ଓଡ଼ିଶା ଦେଖନ୍ତୁ ଆସିଲା ବଡ ଖବର ପୁଣି ଆସିଲା ଏହି ବଡ ଲଘୁଚାପ

 
Special report
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ ଗତ କଲି ଲଘୁଚାପର ରୂପ ନେଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରିକରିଛି ପାଣିପାଗ ବିଭାଗ ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା
Special report
 ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି ସକାଳଠୁ ବର୍ଷା ଲାଗିରହିଛି। କଟକ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା ଓ ଯାଜପୁରର କେତେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। 
ଏଥି ସହିତ ରାଜ୍ୟରେ କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
Special report
ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ସକ୍ରିୟ ଥିବାରୁ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ବୌଦ୍ଧ,
Special report
ବରଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। 
ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ପ୍ରଭୃତି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ ତାରିଖ ପରେ ବର୍ଷାର ପରିମାଣ କମିବ।
ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.