Movie prime

ଆସିଲା ମୌସୁମୀ ପ୍ରଭାବ ଦେଖନ୍ତୁ ଆଗାମୀ ୫ଦିନରେ ଏହିସବୁ ଜିଲ୍ଲାରେ ପ୍ରବଳ କାଚିବ ବର୍ଷା

 
Bh
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। ବନ୍ଧୁଗଣ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କୁ ଗ୍ରୀଷ୍ମ ପ୍ରଭାବରୁ ମୁକ୍ତି ମିଳିବ। ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଲାଗି ରହିବ। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ କେତେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି। 
Bb
ରାଜ୍ୟରେ ମୌସୁମୀ ଆଗମନ ପାଇଁ ପାଗ ଅନୁକୂଳ ରହିଛି। ମୌସୁମୀ ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ନୟାଗଡ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ୧୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏବେ ସୁଧା ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। 
Bh
ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। ସେପଟେ ମୌସୁମୀ ବିଶେଷ ସକ୍ରୀୟ ରହିବ ନାହିଁ। ମୌସୁମୀ ଦୁର୍ବଳ ରହିବ ଯୋଗୁଁ ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନା, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳରେ ବର୍ଷା କମ ରହିବ। ଏହିସବୁ ସ୍ଥାନରେ ମୋଟ ବର୍ଷାର ପରିମାଣ ୩୦ ରୁ ୪୦ ମିଲି ମିଟର ରହିବ। 
ସେହିଭଳି ଆସନ୍ତା ୧୦ ଦିନରେ ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ମୋଟ ବର୍ଷାର ପରିମାଣ ୫୦ ରୁ ୬୦ ମିଲି ମିଟର ରହିବ। ସେପଟେ ସ୍ଵର୍ଣ୍ଣପୂର୍, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତିରେ ବର୍ଷା ଅଧିକ ହେବ। ୧୦ ଦିନରେ ବର୍ଷାର ମୋଟ ପରିମାଣ ୮୦ ମିଲି ମିଟରରୁ ଅଧିକ ହେଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.