Movie prime

ଧରା ପଡିଗଲେ ବିଡିଓ ବାବୁ ଦେଖନ୍ତୁ ଆସିଲା ବଡ଼ ଖବର ଏତିକି କୋଟି ଟଙ୍କା ସହ ହୀରା ଅଳଙ୍କାର ଜବତ

 
Bb
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହା ସବୁକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ତେବେ ବନ୍ଧୁଗଣ କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପ୍ରଦୀପଙ୍କ ଘରେ ରେଡ୍ କରୁଛି। ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍। 
Gg
ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା, ରାଜ ସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଇଛି। 
Ff
ଏହି ଚଢ଼ାଉରେ ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି। ପ୍ରଦୀପ କୁମାର ସାହୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି। ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି। 
୨୦୨୩ ମସିହା ଫେବ୍ରୁଆରୀ ୨୩ ତାରିଖରେ ପ୍ରଦୀପ ଆଠଗଡ଼ରେ ବିଡ଼ିଓ ଭାବେ ନିଯୁକ୍ତି ପାଇଥିଲେ। ଏହାର୍ପୂବରୁ ସେ ନରସିଂହପୁରରେ ସେ କାର୍ଯ୍ୟରତ ଥିଲେ। ଏହାସହିତ ବିଭିିନ୍ନ ବ୍ୟାଙ୍କ ଓ ପୋଷ୍ଟ ଅଫିସରେ ତାଙ୍କର ୮୮ ଲକ୍ଷ ଟଙ୍କାର ଫିକ୍ସ ଡିପୋଜିଟ ଥିବା ଜଣାପଡିଛି। ଗୋଟିଏ କାର , ୨ଟି ଜେସିବି ଗୋଟିଏ ଏକ୍ସକାଭେଟର ଓ ଦୁଇଟି ବାଇକ ରହିଛି। ତାଙ୍କର ମୋବାଇଲ ଫୋନ , ଲ୍ୟାପଟପ ଓ ଅନ୍ୟ ଡିଜିଟାଲ ଗାଜେଟ ଜବତ କରି ଖୋଳତାଡ କରୁଛି ଭିଜିଲାନ୍ସ ଟିମ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.